
ସୂଚନାଯୋଗ୍ୟ, ପ୍ରତିବର୍ଷ ରାଜ୍ୟରେ ପକ୍ଷୀ ଗଣନା ହେଉଛି। ଏହି ସମୟରେ ବିଦେଶାଗତ ପକ୍ଷୀ ଏବଂ ଅଞ୍ଚଳ ପକ୍ଷୀ ଚିହ୍ନଟ କରିବା ସହ ସଂପୃକ୍ତ ଅଞ୍ଚଳର ଜଳବାୟୁ, ମାଟି ଓ ପାଣି ଜାଣିବା ପାଇଁ ଏହି ଗଣନା ହେଉଛି। ଏହାକୁ ଦେଖି ପକ୍ଷୀମାନଙ୍କ ସୁରକ୍ଷା ସହ ସଂପୃକ୍ତ ଅଞ୍ଚଳର ବିକାଶ ପାଇଁ ବି ପଦକ୍ଷେପ ନିଆଯାଉଛି। ଆଜକୁ ଦୁଇ ବର୍ଷ ହେବ କଲେଜ ଛାତ୍ରୀଛାତ୍ର ପକ୍ଷୀ ଗଣନାରେ ସାମିଲ ହୋଇଛନ୍ତି। ଏହାଦ୍ବାରା ଛାତ୍ରୀଛାତ୍ରଙ୍କ ଗବେଷଣାତ୍ମକ ଜ୍ଞାନ ବୃଦ୍ଧି ହେଉଛି। ଡିଏଫ୍ଓ ହିମାଂଶୁ ଶେଖର ମହାନ୍ତିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପକ୍ଷୀ ଗଣନା ହୋଇଥିଲା। ପକ୍ଷୀ ଗଣନା ଆଜି ଶାନ୍ତି ଶୃଙ୍ଖଳାର ସହ ସରିଛି।
ଅନ୍ୟମାନଙ୍କ ମଧ୍ୟରେ ଏସିଏଫ ବିବେକ ଦାସ, ବିମଳ ପ୍ରଧାନ, ମୂଜାଗଡ଼ ରେଞ୍ଜର ବିମ୍ବାଧର ସାହୁ, ଜଗନ୍ନାଥପ୍ରସାଦ ରେଞ୍ଜର ସୁଜାତା ରାଣୀ ପଣ୍ଡା, ଗାଲେରୀ ରେଞ୍ଜର ଜ୍ଞାନେନ୍ଦ୍ର ଲିମା, ତାରସିଂ ରେଞ୍ଜର ପ୍ରଶାନ୍ତ କୁମାର ବେହେରା ପ୍ରମୁଖ ପକ୍ଷୀଗଣନାରେ ସାମିଲ ହୋଇଥିଲେ।
