
ଭଞ୍ଜନଗର ୦୧/୦୭( ଅମରେନ୍ଦ୍ର କୁମାର ପଟ୍ଟନାୟକ )ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ଆୟବ୍ୟୟ ହିସାବ ବୁଧବାର ଦାଖଲ ହୋଇଛି। ଏନେଇ ଭଞ୍ଜନଗର ଠାକୁରାଣୀ ମନ୍ଦିରରେ ଯାତ୍ରା କମିଟି କର୍ମକର୍ତ୍ତାଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ ବୈଠକ ବସିଥିଲା। ବୈଠକରେ ଯାତ୍ରା କମିଟି ସଭାପତି ରାଜେନ୍ଦ୍ର ବିଷୋୟୀ ଅଧ୍ୟକ୍ଷତା କରିଥିଲେ। ଏଥିରେ ଯାତ୍ରା କମିଟି ମୁଖ୍ୟ ଉପଦେଷ୍ଟା ତଥା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଯୋଗଦେଇ ଯାତ୍ରା କମିଟିର ସମସ୍ତ କର୍ମକର୍ତ୍ତାଙ୍କୁ ଧନ୍ୟବାଦ ଜଣାଇଥିଲେ। ଏଥିସହ ଭଞ୍ଜନଗର ଠାକୁରାଣୀ ମନ୍ଦିର ଓ କୁଲାଡ଼ ବ୍ୟାଘ୍ର ଦେବୀ ମନ୍ଦିରର ଉନ୍ନତି ପାଇଁ କୋଟି କୋଟି ଟଙ୍କା ବ୍ୟୟ କରାଯିବ ବୋଲି କହିଥିଲେ। ଏନେଇ ଆବଶ୍ୟକ ପଦକ୍ଷେପ ନିଆଯାଇଛି। ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା ଯାତ୍ରାକୁ ସଫଳ କରିବାରେ ସମସ୍ତେ ସହଯୋଗ କରିଥିବା ଯୋଗୁଁ ଧନ୍ୟବାଦ ଜଣାଇଥିଲେ। ଏଥିସହ ମ୍ୟୁନିସିପାଲଟି ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର, କାର୍ଯ୍ୟକାରୀ ସଭାପତି ବିଷ୍ଣୁ ପ୍ରସାଦ ପ୍ରଧାନ, ଉପସଭାପତି ମୂରଲୀ ଧର ପଣ୍ତା, ସମ୍ପାଦକ ସୁଶାନ୍ତ ମହାପାତ୍ର, ସୁଧୀର ରଞ୍ଜନ ବେହେରା ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।ଚଳିତ ବର୍ଷ ଯାତ୍ରା ପାଇଁ ବିଭିନ୍ନ ଆଡୁ ୧ କୋଟି ୪୭ ଲକ୍ଷ ୨୯୨୬୦ ଟଙ୍କା ଆଦାୟ ହୋଇଥିଲା । ଖର୍ଚ୍ଚ ହୋଇଥିଲା ୧ କୋଟି ୨୪ ଲକ୍ଷ ୬୬ ହଜାର ୯୧ ଟଙ୍କା । ବଳକା ରହିଥିଲା ୨୩ ଲକ୍ଷ ୩୧ ହଜାର ୩୨୫ ଟଙ୍କା । ପୂର୍ବରୁ ୨୨ ଲକ୍ଷ ଟଙ୍କା ବଳକା ଥିଲା। ଆଜି ସୁଦ୍ଧା ମୋଟ ୫୧ ଲକ୍ଷ ୭୩ ହଜାର ୫୯୯ ଟଙ୍କା ଯାତ୍ରା ଆକାଉଣ୍ଟ ରେ ଗଚ୍ଛିତ ଅଛି। ଭଞ୍ଜନଗର ଯାତ୍ରା ଏପ୍ରିଲ ୨୬ରୁ ଆରମ୍ଭ ହୋଇ ମେ’ ୨୦ରେସରିଥିଲା।ଯାତ୍ରା ଆରମ୍ଭ ପୂର୍ବରୁ ଯାତ୍ରା କମିଟି ମୁଖ୍ୟ ଉପଦେଷ୍ଟା ତଥା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଘୋଷଣା କରିଥିଲେ ଯେ, ଯାତ୍ରା ସରିବାର ଏକ ମାସ ମଧ୍ୟରେ ଯାତ୍ରାର ଆୟବ୍ୟୟ ହିସାବ ଦିଆଯିବ। ଏଥିସହ ଯାତ୍ରାକୁ ଆକର୍ଷଣୀୟ କରାଯିବ ବୋଲି ଘୋଷଣା କରିଥିଲେ। ଯାତ୍ରା ସରିବାର ୧ ମାସ ୧୦ ଦିନ ମଧ୍ୟରେ ଆଜି ହିସାବ ଦାଖଲ କରାଯାଇଥିଲା। ଯାହାକି ପ୍ରଶଂସନୀୟ ପଦକ୍ଷେପ। ପୂର୍ବରୁ ହିସାବ ଦାଖଲ ପାଇଁ ବର୍ଷ ବର୍ଷ ଧରି ଲାଗି ଯାଉଥିଲା। ଚଳିତ ବର୍ଷ ଏହି ସମସ୍ୟା ନାହିଁ।ଆଜିର ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଗଞ୍ଜାମ ଜିଲା ସତନ୍ତ୍ର ଉନ୍ନୟନ ପରିଷଦ ଅଧକ୍ଷ ନୀଳମାଧବ ପାତ୍ର, ମେଡିକାଲ ଅଧ୍ୟକ୍ଷ ଗୋବିନ୍ଦଚନ୍ଦ୍ର ମହାପାତ୍ର,ପୂର୍ତ୍ତ ବିଭାଗ ଅଧିକ୍ଷଣ ଯନ୍ତ୍ରୀ, ନିର୍ବାହୀ ଯନ୍ତ୍ରୀ ପ୍ରତାପ ଚନ୍ଦ୍ର ନାୟକ, ଆଞ୍ଚଳିକ ପରିବହନ ଅଧିକାରୀ ଭାଗିରଥି ନାୟକ, ଜଳସମ୍ପଦ ବିଭାଗ ନିର୍ବାହୀ ଯନ୍ତ୍ରୀ ସନ୍ତୋଷ କୁମାର ପାତ୍ର, ବିଡିଓ ଭାରତୀ ଦେବୀ, ମୁନିସିପାଲିଟି ସାଂସଦ ପ୍ରତିନିଧି ସନ୍ତୋଷ କୁମାର ତିଆଡ଼ି,ଅତିରିକ୍ତ ଏସପି ରଞ୍ଜନ କୁମାର ଦେ, ଏସଡିପିଓ ଡ.ଦୀପକ କୁମାର ମିଶ୍ର, ଏସଆଈ ସମୀର କୁମାର ସେଠି, ଲକ୍ଷ୍ମୀଧର ମାହାନ୍ତି, ଜ୍ୟୋସ୍ନାମୟୀ ସାହୁ, ଏ ଏସ ଆଈ ବିଦେଶୀ ବେହେରା, ସତ୍ୟନାରାୟଣ ମଲ୍ଲିକ, ଶରତଚନ୍ଦ୍ର ପଣ୍ଡା, ରୁଦ୍ରପ୍ରତାପ କହଁର, ହାବିଲଦାର ଦିଲ୍ଲୀପ କୁମାର ରାଉତ, କନଷ୍ଟେବଳ ସନ୍ତୋଷ କୁମାର ନାୟକ, ଦିବ୍ୟସିଂ ପ୍ରଧାନ, ରଶ୍ମିତା ଗୌଡ଼, ପଙ୍କଜ ବିଷୋୟୀ, ଗୃହରକ୍ଷୀ କାଳୁ ସେନାପତି, ଗଜେନ୍ଦ୍ର ସ୍ୱାଇଁ, ପି. ହେମନ୍ତ ରାଓ ପ୍ରମୁଖ ଙ୍କୁ ଯାତ୍ରା କମିଟି ତରଫରୁ ସମ୍ବର୍ଦ୍ଧିତ କରାଯାଇଥିଲା ।
